ଭୁବନେଶ୍ୱର : ଆନ୍ଧ୍ର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଅଂଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ଲଗାଣ ବର୍ଷା । ଗତ ୨୪ ଘଣ୍ଟାରେ କୋରାପୁଟ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ । ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ । ଆଜି ମଧ୍ୟ ଦକ୍ଷିଣ ଓଡିଶାରେ ସର୍ବାଧିକ ବର୍ଷା ସମ୍ଭାବନା । ୯ ତାରିଖ ଯାଏଁ ବର୍ଷା ନେଇ ଆଂଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ।
ବିଶେଷ କରି ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପ୍ରବଳ ବର୍ଷା ନେଇ ୧୬ଟି ଜିଲ୍ଳାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଗଞ୍ଜାମ, ଗଜପତି ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । କାଲିଠୁ ବର୍ଷାର ବିସ୍ତୃତି ସହ ପରିମାଣ କମିବାର ସମ୍ଭାବନା ରହିଛି ।