25.9 C
Bhubaneswar
Monday, April 6, 2026
Homeଓଡିଶାବର୍ଷା : ୧୪ ଜିଲ୍ଲାକୁ ସତର୍କତା

ବର୍ଷା : ୧୪ ଜିଲ୍ଲାକୁ ସତର୍କତା

ଭୁବନେଶ୍ବର : ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବା ସମ୍ଭାବନା ରହିଛି। ଏଥିପ୍ରତି ସତର୍କ ରହିବାକୁ ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ ୧୪ଟି ଜିଲାର ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ପରବର୍ତ୍ତୀ ୩ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ ଏବଂ ସୁବର୍ଣ୍ଣପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସ୍‌ଆର୍‌ସିଙ୍କ ପକ୍ଷରୁ ଅନୁଗୋଳ, ବରଗଡ଼, ବାଲେଶ୍ବର, ଭଦ୍ରକ, କଟକ, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଜିଲାର ଜିଲାପାଳଙ୍କୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ରହିବାକୁ କୁହାଯାଇଛି। ଲଘୁଚାପ ଯୋଗୁଁ ଅଗଷ୍ଟ ୧୬ରୁ ୨୦ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀ ନଯିବାକୁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ମତ୍ସ୍ୟଜୀବୀ ଯେପରି ସମୁଦ୍ର ଭିତରକୁ ନଯିବେ ସେଥିପ୍ରତି ପୁରୀ, ଗଞ୍ଜାମ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲାପାଳ ପଦକ୍ଷେପ ନେବାକୁ ନିର୍ଦେଶ ଦିଆଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking