30.1 C
Bhubaneswar
Saturday, June 29, 2024
Homeଓଡିଶାବର୍ଷା ପାଇଁ ୯ ଜିଲ୍ଲାକୁ ସତର୍କ ସୂଚନା ଜାରି

ବର୍ଷା ପାଇଁ ୯ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା । ୪ ଦିନ ଯାଏଁ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସ୍ଥିତି । ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା । ମାଲକାନଗିରି, କୋରାପୁଟ, ନୂଆପଡା, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗୀର, ନବରଙ୍ଗପୁର ହେବ ବର୍ଷା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଛି ସୂଚନା ।ସେପଟେ ସାରା ରାଜ୍ୟକୁ ମୌସୁମୀ ଛୁଇଁଛି । ମୌସୁମୀ ସିଜିନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ରେକର୍ଡ ହୋଇଛି ନିଅଣ୍ଟିଆ ବୃଷ୍ଟିପାତ । ଜୁନ ମାସରେ ୪୧ ପ୍ରତିଶତ କମ୍ ବର୍ଷା ହୋଇଛି । ସେପଟେ ଗତ କିଛିଦିନ ତଳେ ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ୱରକୁ ମୌସୁମୀ ଛୁଇଁବା ସହ ସାରା ରାଜ୍ୟରେ ସକ୍ରିୟ ହୋଇଛି । ମୌସୁମୀ ସକ୍ରିୟ ଯୋଗୁଁ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking