27.1 C
Bhubaneswar
Thursday, March 26, 2026
Homeଓଡିଶାରାଜ୍ୟରେ ୨ ରୁ ୩ ଦିନ ପ୍ରବଳ ହେବ ବର୍ଷା

ରାଜ୍ୟରେ ୨ ରୁ ୩ ଦିନ ପ୍ରବଳ ହେବ ବର୍ଷା

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେବି ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ସମେତ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ବର୍ଷା ପ୍ରଭାବରେ ରାଜ୍ଯର ନଦୀଗୁଡ଼ିକ ପୁଣି ଫୁଲିବାର ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking