14.1 C
Bhubaneswar
Monday, December 8, 2025
Homeଓଡିଶାରାଜ୍ୟରେ ଆହୁରି ୭ ଦିନ ଜାରି ରହିବ ବର୍ଷା

ରାଜ୍ୟରେ ଆହୁରି ୭ ଦିନ ଜାରି ରହିବ ବର୍ଷା

ଭୁବନେଶ୍ୱର : ସାରା ରାଜ୍ୟରେ ସପ୍ତାହେ ଯାଏ ବର୍ଷା ହେବ। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ୭ରୁ ୯ ତାରିଖ ଯାଏ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲା ସହିତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ୧୦ ଓ ୧୧ ତାରିଖରେ ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ବିଜୁଳି ଘଡ଼ଘଡ଼ି ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ମୟୂରଭଞ୍ଜ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking