29.1 C
Bhubaneswar
Tuesday, February 10, 2026
Homeଓଡିଶାଆହୁରି ୭ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା

ଆହୁରି ୭ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ୱର : ଆହୁରି ୭ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ରହିବ । ଯାହାକୁ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟ ଉପରେ ବର୍ତ୍ତମାନ କୌଣସି ପାଣିପାଗର ନିୟାମକ ସକ୍ରିୟ ନଥିଲେ ମଧ୍ୟକିଛି ଦିନ ବର୍ଷା ଲାଗି ରହିବ । ସେପଟେ ବର୍ଷା ହେଉଥିଲେ ମଧ୍ୟ ଅନେକ ସ୍ଥାନରେ ଏବେ ବି ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ବିଜୁଳି ଘଡ଼ଘଡ଼ି ସତର୍କ: ଆଗାମୀ ୩ ଘଣ୍ଟା ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଏନେଇ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟର ଏବଂ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ବାହାରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସେପଟେ ଉତ୍ତର ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କାରଣରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି ୮ ତାରିଖରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ । ସେହିପରି ୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଝାରସୁଗୁଡ଼ା ଓ ବାଲେଶ୍ବର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking