29.1 C
Bhubaneswar
Friday, June 20, 2025
Homeଓଡିଶା୧୩ରୁ ପୁଣି ବଢ଼ିବ ବର୍ଷା

୧୩ରୁ ପୁଣି ବଢ଼ିବ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୪ କିମ୍ବା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଉ ଗୋଟିଏ ଲଘୁଚାପ ମଧ୍ୟ ସୃଷ୍ଟି ହୋଇପାରେ । ତେଣୁ ସମ୍ଭାବ୍ୟ ଲଘୁଚାପ ଯୋଗୁଁ ରାଜ୍ୟରେ ୧୩ ତାରିଖରୁ ବର୍ଷାର ପ୍ରକୋପ ବୃଦ୍ଧି ପାଇବ । ଏହି ବର୍ଷା ପରବର୍ତ୍ତୀ ୪-୫ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ପ୍ରକୋପ ରହିବା ନେଇ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁସାରେ, ୧୧ ତାରିଖ ପରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି । ଏଥିସହ ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ହୋଇପାରେ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।୯ ଓ ୧୦ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ୧୧ ତାରିଖ ପରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ କେନ୍ଦୁଝର ୧୨୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ବର୍ତ୍ତମାନ ସୁଦ୍ଧା ୨୮୫.୮ ମିମି ବର୍ଷା ହେବା କଥା ମାତ୍ର ୨୧୦.୬ମିମି ବର୍ଷା ହୋଇଛି । ଯାହା ସ୍ୱାଭାବିକ ତୁଳନାରେ ୨୭ ପ୍ରତିଶତ କମ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୫୨ ମିମି ବର୍ଷା ହୋଇଥିବା ବେଳେ କଟକରେ ୪୬, ଯାଜପୁର ୨୦, ଗୋପାଳପୁର ୧୬, ଖୋର୍ଦ୍ଧା ଓ ଦାରିଙ୍ଗବାଡ଼ିରେ ୧୨ ମିମି ଲେଖାଏଁ ବର୍ଷା ଅନୁଭୂତ ହୋଇଛି । ରବିବାର ସୁଦ୍ଧା ରାଜ୍ୟରେ ୨୭ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଅନୁଭୂତ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking