ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବର୍ଷା କମିବାକୁ ଥିବା ବେଳେ ଉପକୂଳ ତଥା ସଂଲଗ୍ନ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବା ନେଇ ସମ୍ଭବନା ରହିଛି । ତେବେ ଏହି ସମୟରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଶେଷ କରି, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଯାଜପୁର, ବାଲେଶ୍ବର, ଭଦ୍ରକ, ଅନୁଗୁଳ ଆଦି ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି ।