28.1 C
Bhubaneswar
Friday, September 27, 2024
Homeଓଡିଶାବର୍ଷା : ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ

ବର୍ଷା : ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର : ବଙ୍ଗପୋସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଗତ କିଛିଦିନ ହେବ ଲଗାଣ ବର୍ଷା ହେବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରି ୟେଲୋ ଆଲର୍ଟ ଜାରି କରାଯାଇଛି । ଟ୍ବିନ୍‌ସିଟି କଟକ-ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ । ଆଗାମୀ ୭ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ନେଇ କୌଣସି ଲକ୍ଷଣ ବର୍ତ୍ତମାନ ସୁଦ୍ଧା ଦେଖାଯାଇ ନଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ ଜିଲ୍ଲା ଆଜି ବର୍ଷା ହୋଇପାରେ । ଏସବୁ ଜିଲ୍ଲାରେ ବଜ୍ରପାତ ଆଶଙ୍କାକୁ ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking