ଭୁବନେଶ୍ୱର : ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବିଶେଷକରି ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଏହାସହିତ ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼ ଝାରସୁଗୁଡ଼ା ଓ ସମ୍ବଲପୁରରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୦ତାରିଖରେ ଉତ୍ତର ଓଡ଼ିଶାର ଗୋଟିଏ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହା ପରେ କମିବ ବର୍ଷାର ପରିମାଣା ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରୋ ୨୨ତାରିଖରୁ ପୁଣି ବର୍ଷାର ପରିମାଣ ବଢିବା ବୋଲି ସୂଚନା ମିଳିଛି ।










