27.1 C
Bhubaneswar
Thursday, April 25, 2024
Homeଓଡିଶା୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଏବେ ରାଜ୍ୟରେ ଆରମ୍ଭ ହୋଇଯାଇଛି ବର୍ଷା । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳକୁ ଛୁଇଁ ସାରିଥିବା ବେଳେ ଚଳିତ ଥର ଠିକ୍ ସମୟରେ ମୌସୁମୀ ପ୍ରବେଶ କରିଛି । ବିହାରରୁ ଛତିଶଗଡ ମଧ୍ୟରେ ଟ୍ରପ ଲାଇନ ସୃଷ୍ଟି ହୋଇଥିବା ଯୋଗୁଁ ଓଡିଶାରେ ବର୍ଷା ହେଉଥିବା ଭାରତୀୟ ପାଣିପାଗ ବିଭାଗ କହିଛି । ଆକଳନ ଅନୁସାରେ ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ବର୍ଷା ଲାଗି ରହିବ । ଯେଉଁଥିପାଇଁ ୧୯ ଜିଲ୍ଲାକୁ ଭାରତୀୟ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲାଗୁଡିକ ମଧ୍ୟରେ କୋରାପୁଟ, ରାୟଗଡା, ଗଂଜାମ, କନ୍ଧମାଳ, ନୟାଗଡ, ବଲାଙ୍ଗୀର, ନୂଆପଡା, ସୋନପୁର, କଳାହାଣ୍ଡି, ଅନୁଗୁଳ, ବୌଦ୍ଧ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲା ସାମିଲ ରହିଛି । ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ବେଳେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ୭ ତାରିଖ ଯାଏଁ ବର୍ଷମ୍ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ ଏହି ଜିଲ୍ଲାଗୁଡିକୁ ପରାମର୍ଶ ଦିଆଯାଇଛି । ଏହାବାଦ ଆଗାମୀ ୩ରୁ ୪ ଦିନ ଯାଏଁ ତାପମାତ୍ରା ବଢିବନି । ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ  ବୋଲି ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking