ଭୁବନେଶ୍ୱର : ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ପବନର ବେଗ ୪୦ରୁ ୫୦ କିମି ରହିବ, କୁଆପଥର ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ପାଇଁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବରରେ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୦ ତାରିଖ ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ ପାଇଁ ବର୍ଷା, ପବନ ନେଇ ଜାରି କରାଯାଇଛି ଅରେଞ୍ଜ ୱାର୍ଣ୍ଣିଂ।ଫେବ୍ରୁଆରି ୧୯ରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।










