24.1 C
Bhubaneswar
Friday, February 13, 2026
Homeଓଡିଶାଆଗକୁ ବର୍ଷାର ପରିମାଣ ବଢ଼ିବ

ଆଗକୁ ବର୍ଷାର ପରିମାଣ ବଢ଼ିବ

ଭୁବନେଶ୍ୱର:   ଗତକାଲି ଲଘୁଚାପରେ ପରିଣତ ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ୱେଲ ମାର୍କଡ୍ ଲଘୁଚାପରେ ପରିଣତ ହୋଇଛି । ଏହା ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଓ ତତ୍‌ସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି । ଏହା ୨ ଦିନ ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆଗକୁ ବର୍ଷାର ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତାକାଲି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେଓଗଡ଼ରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେପଟେ ୨୯ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଏହି ଲଘୁଚାପର ପ୍ରଭାବ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ରହିବ । ଏହି ସମୟରେ ଅଧିକ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିପାରେ । କଚ୍ଚା ରାସ୍ତା ଓ ମାଟି ଘର କ୍ଷତିଗ୍ରସ୍ତ ହେବାର ଆଶଙ୍କା ଅଛି । ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking