28.1 C
Bhubaneswar
Saturday, April 27, 2024
Homeଓଡିଶାଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା

ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା

ଭୁବନେଶ୍ଵର:ଆଜିଠୁ ରାଜ୍ୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୨ ରୁ ୩ ଦିନ ପ୍ରବଳ ବର୍ଷା ହେବ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନର ବର୍ଷା ସମ୍ଭାବନା ଅଛି । କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୪ ତାରିଖରେ ପୁରୀ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଦେବଗଡ଼ର ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ୧୫ରେ ବର୍ଷାର ପରିମାଣ ଆହୁରି ବଢ଼ିବ ।
ସମ୍ବଲପୁର, ସୋନପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ବଲାଙ୍ଗିରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଢ଼ାବନା ରହିଛି । ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୧୪ ଓ ୧୫ ତାରିଖରେ ଓଡ଼ିଶା ଉପକୂଳରେ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking