29.1 C
Bhubaneswar
Friday, April 26, 2024
Homeଓଡିଶା୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାରେ ବର୍ଷା ସମ୍ଭାବନା

୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସୁଛି ବର୍ଷା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । କାରଣ କିଛି ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ଆକଳନ କରାଯାଇଛି । ଯାହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ତେବେ ଉଭୟ ଘୁର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ବିଶେଷ କରି ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୟେଲ୍ଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଦେବଗଡ଼ ଓ ସମ୍ବଲପୁର।
ସେହିଭଳି ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ବରଗଡ଼, ଢେଙ୍କାନାଳ, ନୟାଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ବି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ ବୋଲି ଆଂଚଳିକ ପାଣିପାଗ ବିଭାଗ କେନ୍ଦ୍ର ଅନୁମାନ କରିଛି । ତା ସହ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପହଞ୍ଚିବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଦେଇଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking