28.1 C
Bhubaneswar
Friday, March 29, 2024
Homeଓଡିଶାପାର୍ବଣକୁ ଫିକା କରିବ ବର୍ଷା:ଅକ୍ଟୋବର ୨ରୁ ପ୍ରବଳ ବର୍ଷା ସମ୍ଭାବନା

ପାର୍ବଣକୁ ଫିକା କରିବ ବର୍ଷା:ଅକ୍ଟୋବର ୨ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୧.୫ କିମି ଯାଏଁ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଂଚଳରେ ବିଜୁଳି ଘଡଘଡି ସହ ବର୍ଷା ଲାଗି ରହିଛି । ସେହିପରି ୧ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏଥର ଦୁର୍ଗାପୂଜା ଫିକାପଡିପାରେ । ବିଶେଷ କରି ସପ୍ତମୀ ଓ ଅଷ୍ଟମୀ ତିଥିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ,ଯାଜପୁର , କେନ୍ଦ୍ରାଡା, କଟକ, ଜଗତସିଂହୁର,ପୁରୀ,ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର,ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମା, ରାୟଗଡା,ମାଲକାନଗିରି, କୋରାପୁଟ ଓ ନବରଙ୍ଗୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି , କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨ ଅକ୍ଟୋବର ସପ୍ତମୀ ପଡୁଥିବା ବେଳେଏହି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାଫଳରେ ଏହା ସପ୍ତମୀକୁ ଫିକା ପକାଇବ । ତେବେ ସମସ୍ତ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର, ମୟୁରଭଞ୍ଜ ସମେତ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୩ ଅକ୍ଟୋବର ଅଷ୍ଟମୀ ରେ ପୁରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏତତ୍ ବ୍ୟତୀତ ୩ ତାରିଖରେ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking