31.1 C
Bhubaneswar
Saturday, September 21, 2024
Homeଓଡିଶାରାଜଭବନ ଘେରିଲା ବିଜେଡି

ରାଜଭବନ ଘେରିଲା ବିଜେଡି

ଭୁବନେଶ୍ୱର : ଭରତପୁର ଥାନାରେ ମେଜରଙ୍କ ବାନ୍ଧବୀଙ୍କୁ ଅସଦାଚରଣ ଘଟଣା । ରାଜଭବନ ସମ୍ମୁଖରେ ବିଜେଡିର ବିକ୍ଷୋଭ ସହ ପ୍ରତିବାଦ । ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦିଆଯିବ ସ୍ମାରକପତ୍ର । ସୂଚନା ଅନୁଯାୟୀ, ଗତ ଶନିବାର ଅର୍ଥାତ ସେପ୍ଟେମ୍ବର ୧୪ ତାରିଖ ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ରେ ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ ମେଜର ଗୁରବନ୍ତ ସିଂ ଓ ତାଙ୍କ ବାନ୍ଧବୀ । ମେଜର ଗୁରୁବନ୍ତ ଓ ତାଙ୍କ ବାନ୍ଧବୀ ଅଙ୍କିତା ପଟିଆର ଏକ ରେସ୍ତେରାଁରୁ ଆସୁଥିବା ବେଳେ ରାସ୍ତାରେ ଏକ କାରକୁ ଓଭରଟେକ କରିବାପରେ ପଛରୁ ଆସୁଥିବା ଗାଡ଼ିରୁ କିଛି ଯୁବକ ସେମାନଙ୍କୁ ଅଟକାଇ ଧକ୍କା ମାରିବା ସହ ଧମକ ଦେଇଥିଲେ । ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ । ଜଣେ ମହିଳା ଅଫିସର ବିନା ୟୁନିଫର୍ମରେ ତାଙ୍କ ନିକଟକୁ ଆସିଥିଲେ । ଅଭିଯୋଗ ରଖିବାକୁ ତାଙ୍କୁ କହିବାପରେ ସେ ଶୁଣିନଥିଲେ । ଏନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହେବା ପରେ ଗୁରୁବନ୍ତଙ୍କୁ ପ୍ୟାଣ୍ଟ ସାର୍ଟ ଖୋଲି ଥାନାରେ ବସାଇ ଦେଇଥିଲେ ଓ ତାଙ୍କୁ ମାଡ ମାରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking