32.1 C
Bhubaneswar
Friday, June 21, 2024
Homeରଜ ସଙ୍କ୍ରାନ୍ତୀ 2024ରଜ ସଂକ୍ରାନ୍ତି ; ପହିଲି ବର୍ଷାର ସ୍ପର୍ଶରେ ପଲ୍ଲବିତ ହୁଏ ପୃଥିବୀ

ରଜ ସଂକ୍ରାନ୍ତି ; ପହିଲି ବର୍ଷାର ସ୍ପର୍ଶରେ ପଲ୍ଲବିତ ହୁଏ ପୃଥିବୀ

ଭୁବନେଶ୍ୱର : ଆଜି ପାଳିତ ହେଉଛି ରଜ ସଂକ୍ରାନ୍ତି । ଗାଁଠୁ ସହର ଉତ୍ସବ ମୁଖର । ରଜ ସଂକ୍ରାନ୍ତିରେ ଗାଁ ଆମ୍ବତୋଟାରେ ସକାଳୁ ସକାଳୁ ଶୁଭୁଛି ରଜଗୀତ । ସହରର ବିଭିନ୍ନ ପାର୍କରେ ଦୋଳି, ପାନ ଓ ପୀଠା ଭିତରେ ରଜର ଆସର ଜମିଛି । ପରମ୍ପରା ସମ୍ପନ୍ନ ରଜଗୀତରେ ଉତ୍ସବମୁଖର ପୁରପଲ୍ଲୀ । ବିଭିନ୍ନ ସ୍ଥାନରେ ବାଜୁଛି ରଜଗୀତ, ଝିଅ ବୋହୂ ଦୋଳି ଖେଳୁଛନ୍ତି । ତା ସହିତ ପୁଚି ଖେଳ, ତାସ୍ ଖେଳ, ଲୁଡୁ ଖେଳ ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଉଛି । ବିଭିନ୍ନ ସ୍ଥାନରେ ଅନେକ ପ୍ରକାରର ପାରମ୍ପରିକ ପିଠା, ମିଠା, ପାନ ଏବଂ ଖାଦ୍ୟର ଧାଡି ଧାଡି ଷ୍ଟଲ ଲାଗିଛି । କିଛି କିଛି ପାର୍କରେ ମଧ୍ୟ ଲାଗିଛି ରଜଦୋଳି । ସକାଳୁ ସକାଳୁ ପାର୍କରେ ରଜ ଦୋଳି ଖେଳର ମଜା ନେଉଛନ୍ତି । ତେବେ ଆଷାଢ଼ର ପ୍ରଥମ ବର୍ଷାରେ ପୃଥିବୀ ଶୀତଳ ହେବା ସହ ପ୍ରଜନନକ୍ଷମ ହୋଇଥାଏ। ପୃଥିବୀମାତାର ଏହି ଅବସ୍ଥାକୁ ରଜସ୍ୱଳା ନାରୀ ସହ ତୁଳନା କରି ପୂର୍ଣ୍ଣବିଶ୍ରାମ ଦିଆଯାଏ। ଏଥିସହିତ କୃଷିକର୍ମରୁ ଅବ୍ୟାହତି ନେଇ ଆନନ୍ଦଉଲ୍ଲାସରେ ମାତି ଯାଇଥାନ୍ତି କୃଷକସମାଜ। ବିଭିନ୍ନ ପ୍ରକାରର ପିଠାପଣାରେ ମହକିଯାଏ ଓଡ଼ିଶାର ପୂରପଲ୍ଲୀ। ରଜପାନ ଖିଆ, ଦୋଳିରେ ଝୁଲିବା, ଲୁଡୁ, ତାସ୍ ଖେଳ ଓ ବନ୍ଧୁଶଙ୍ଖୁଳା ମଧ୍ୟରେ ଉତ୍ସବମୁଖର ହୋଇଉଠେ ପରିବେଶ। ପହିଲି ବର୍ଷାର ସ୍ପର୍ଶରେ ପଲ୍ଲବିତ ହୁଏ ପୃଥିବୀ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking