ବାଲେଶ୍ବର: ବିଜେଡି ନେତା ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ । ଏନେଇ ଶୁଣାଣି ପାଇଁ କୋର୍ଟରେ ହାଜର ହେଲେ ରାଜା ଚକ୍ର । ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର ହେଲେ ରାଜା । ୫ ଦିନ ରିମାଣ୍ଡରେ ନେବା ପାଇଁ ଇଓଡବ୍ଲ୍ୟୁ କୋର୍ଟରେ ଆବେଦନ କରିଛି । ରିମାଣ୍ଡରେ ଆଣି ଇଓଡବ୍ଲ୍ୟୁ ଅଧିକ ପଚରାଉଚରା କରିବ । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି କୋ-ଅପରେଟିଭ ସୋସାଇଟର ଦୁର୍ନୀତି ମାମଲାରେ ଗିରଫ ହୋଇ ବାଲେଶ୍ଵର ଜେଲରେ ଅଛନ୍ତି ରାଜା ଚକ୍ର । ଗତ ୧୩ ତାରିଖରେ ରାଜା ଚକ୍ରକୁ ଗିରଫ କରିଥିଲା ଇଓଡବ୍ଲୁ ।