20.1 C
Bhubaneswar
Monday, December 30, 2024
Homeଓଡିଶାମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ...

ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ

ଭୁବନେଶ୍ୱର: ଆଷାଢ ମାସ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ । ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଏକସ୍ଥାନରେ ନିବିଷ୍ଟ ହୋଇ ସାଧନା କରିଥା’ନ୍ତି । ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ସମ୍ଭୋଗର ମାସ ବୋଲି ଗ୍ରହଣ କରାଯାଏ । ବିରହ, ବିଧୂର ଯକ୍ଷର ପ୍ରିୟା ଉଦ୍ଦେଶ୍ୟରେ ମେଘ ମାଧ୍ୟମରେ ପ୍ରେରିତ ବାର୍ତ୍ତାକୁ ନେଇ ମହାକବି କାଳିଦାସଙ୍କ ରଚିତ “ମେଘଦୂତ’ ମହାକାବ୍ୟ ଏକ ଅନବଦ୍ୟ ସାଂସ୍କୃତିକ ବୌଦ୍ଧିକ ପ୍ରତିଲିିପି ଓ ଇତିକଥା । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା’ ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା’ ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା’ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା’କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା’ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଜଣେ ନାରୀଭାବେ ଆଗାମୀ ଦିନରେ କିରି କର୍ତ୍ତବ୍ୟ ସମ୍ପାଦନ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ, ଏହି ରଜ ପର୍ବ ପାଳନ ଅବସରରେ । କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାରସଂହିତା ତାକୁ ସହାୟ ହୋଇଥାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking