40.1 C
Bhubaneswar
Thursday, April 25, 2024
Homeଓଡିଶାଓଡ଼ିଶାର ଏକ ପାରମ୍ପରିକ ପର୍ବ 'ରଜ'

ଓଡ଼ିଶାର ଏକ ପାରମ୍ପରିକ ପର୍ବ ‘ରଜ’

ଭୁବନେଶ୍ୱର : ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।

ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ । ଏହି ପର୍ବ ପାଳନ ବେଳରେ ଘରର ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି । ଅଭିଆଡ଼ି ଝିଅମାନେ ଶାଢ଼ୀ ଆଦି ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି । ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି । ପତ୍ର/ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି । ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking