28.1 C
Bhubaneswar
Saturday, April 27, 2024
Homeଓଡିଶାଚାଷର ଆରମ୍ଭକୁ ସୂଚାଏ

ଚାଷର ଆରମ୍ଭକୁ ସୂଚାଏ

ଭୁବନେଶ୍ୱର: ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।

ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା, ବଟା ଆଦି ଗୃହକର୍ମ ନ କରି କୁମାରୀମାନେ ବିଶ୍ରାମ କରନ୍ତି । ଧରଣୀ ମାତା ଶସ୍ୟଶ୍ୟାମଳାପୂର୍ଣ୍ଣ ହେବା ପାଇ ପ୍ରାଥମିକ ପ୍ରସ୍ତୁତି ଭାବେ ରଜ ତିନିଦିନ ବିଶ୍ରାମ ମିଳିଥାଏ ତାଙ୍କୁ । ଠିକ ସେହିପରି ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି । ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାତାର କର୍ତ୍ତବ୍ୟକୁ ସୁଚାରୁରୂପେ ତୁଲାଇପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ସ୍ୱଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking