29.1 C
Bhubaneswar
Sunday, April 28, 2024
Homeଓଡିଶାରାଜ୍ୟସଭା ନିର୍ବାଚନ : ମଙ୍ଗଳବାର ନାମାଙ୍କନ ଭରିବେ ବିଜେଡିର ଦୁଇ ପ୍ରାର୍ଥୀ

ରାଜ୍ୟସଭା ନିର୍ବାଚନ : ମଙ୍ଗଳବାର ନାମାଙ୍କନ ଭରିବେ ବିଜେଡିର ଦୁଇ ପ୍ରାର୍ଥୀ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ । ମଙ୍ଗଳବାର ଦିନ ନାମାଙ୍କନ ଭରିବେ ବିଜେଡିରୁ ଦୁଇ ପ୍ରାର୍ଥୀ । କଟକ ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀ ଜିଲ୍ଲା ବିଜେଡି ସଭାପତି ଶୁଭାଶିଷ୍‌ ଖୁଣ୍ଟିଆ ଆଜି ନାମାଙ୍କନ ଭରିବେ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧାନସଭାରେ ନାମାଙ୍କନ ଭରିବେ । ସୋମବାର ଦିନ ଉଭୟଙ୍କୁ ରାଜ୍ୟସଭା ଲାଗି ଚୟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦେବାଶିଷ ବିଜେଡିର ଟାଣୁଆ ନେତା ଭାବେ ପରିଚିତ । ସେ ୨୦୦୦ ମସିହାରେ ପ୍ରଥମେ ତିର୍ତ୍ତୋଲରୁ ଜିତିଥିଲେ । ଏହାପରେ ସେ ବାରବାଟୀ-କଟକରୁ ୨ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ମାତ୍ର ଗତ ନିର୍ବାଚନରେ ସେ ପରାସ୍ତ ହୋଇଥିଲେ। ସେହିଭଳି ଶୁଭାଶିଷ ପୁରୀର ଟାଣୁଆ ଯୁବନେତା ଭାବେ ପରିଚିତ । ସେ ରାଜ୍ୟ ଯୁବ ବିଜେଡି ଉପସଭାପତି ଅଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଆଗେଇନେବାରେ ତାଙ୍କର ବଡ଼ ଯୋଗଦାନ ଥିଲା । ତାଙ୍କ ଦକ୍ଷତା ଓ ସକ୍ରିୟତାକୁ ଆଧାର କରି ନବୀନ ତାଙ୍କୁ ରାଜ୍ୟସଭା ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି ।ତେବେ ଦଳୀର ତୃତୀୟ ପ୍ରାର୍ଥୀ କିଏ ସେ ସଂପର୍କରେ କିଛି ଘୋଷଣା ହୋଇନି । ବିଜେଡିରୁ କିଏ ଯିବ ରାଜ୍ୟସଭା? ଏହାକୁ ନେଇ ଦଳୀୟ ମହଲରେ ବେଶ୍‌ ଚର୍ଚ୍ଚା ଲାଗି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking