39.1 C
Bhubaneswar
Friday, April 26, 2024
HomeUncategorizedକ'ଣ ପାଇଁ ଶ୍ରାବଣ ପୂର୍ଣ୍ଣମୀରେ ରାକ୍ଷୀ ପର୍ବ ପାଳନ କରାଯାଏ

କ'ଣ ପାଇଁ ଶ୍ରାବଣ ପୂର୍ଣ୍ଣମୀରେ ରାକ୍ଷୀ ପର୍ବ ପାଳନ କରାଯାଏ

ଭୁବନେଶ୍ଵର: ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜା ବଳୀ ଠାରୁ ମୋଗଲ ସମ୍ରାଟ ହୁମାୟୁନ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି । ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁ ଙ୍କ ଜଣେ ବଡ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହା ଲକ୍ଷ୍ମୀ ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ । ମହାଭାରତ ରେ   ଏପରି ଏକ ପୌରାଣିକ କାହାଣୀ ରହିଛି।କାହାଣୀଟି କୃଷ୍ଣ ଓ ଦ୍ରଔପଦି ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବ ମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking