28.1 C
Bhubaneswar
Friday, March 29, 2024
HomeUncategorizedପୁରାଣରେ ରାକ୍ଷୀ ପୂର୍ଣ୍ଣମୀ ର ମହତ୍ତ୍ଵ

ପୁରାଣରେ ରାକ୍ଷୀ ପୂର୍ଣ୍ଣମୀ ର ମହତ୍ତ୍ଵ

ଭୁବନେଶ୍ଵର: ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କଦ୍ୱାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ ।
ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜା ବଳି ଠାରୁ ମୋଗଲ ସମ୍ରାଟ ହୁମାୟୁନ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି । ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁ ଙ୍କ ଜଣେ ବଡ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।
 
ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking