28.1 C
Bhubaneswar
Sunday, March 29, 2026
Homeଓଡିଶାଆଜି ପବିତ୍ର ରକ୍ଷା ବନ୍ଧନ; ଭାଇ ହାତରେ ଭଉଣୀ ବାନ୍ଧେ ସ୍ନେହର ଡୋରି

ଆଜି ପବିତ୍ର ରକ୍ଷା ବନ୍ଧନ; ଭାଇ ହାତରେ ଭଉଣୀ ବାନ୍ଧେ ସ୍ନେହର ଡୋରି

ଭୁବନେଶ୍ୱର : ଭାଇ-ଭଉଣୀର ସଂପର୍କକୁ ଅଧିକ ମଜବୁତ କରିଥାଏ ରାକ୍ଷୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ। ଆଉ ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ଭାଇ ହାତରେ ରାକ୍ଷୀଟିଏ ବାନ୍ଧିବା ଲାଗି ଭଉଣୀ ବର୍ଷ ସାରା ଅପେକ୍ଷା କରି ରହିଥାଏ ଆଜିର ଦିନକୁ।

ରକ୍ଷା ବନ୍ଧନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ପରିବେଶ। ଘରେ ଘରେ ପିଠାପଣାର ମହକ। ଏପଟେ ଶ୍ରୀମନ୍ଦିରରେ ମଧ୍ୟ ରକ୍ଷା ବନ୍ଧନ ପର୍ବ ପାଳନ ଲାଗି ସ୍ୱତନ୍ତ୍ର ନୀତିକାନ୍ତି ରହିଛି। ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଉଉଣୀ ସୁଭଦ୍ରା। ଏଥିପାଇଁ ପାଟରା ବିଷୋୟୀ ସେବକମାନେ ବାସୁଙ୍ଗା ପାଟରେ ରାକ୍ଷୀ ପ୍ରସ୍ତୁତ କରି ରଖିଛନ୍ତି। ରାକ୍ଷୀ ପୂର୍ଣ୍ଣିମା ସହ ଆଜି ମଧ୍ୟ ଗହ୍ମା ପୂର୍ଣ୍ଣିମା। ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥି। ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ। ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking