37.1 C
Bhubaneswar
Saturday, April 20, 2024
Homeବଲିଉଡଅଗ୍ନିକୁ ସାକ୍ଷୀ ରଖି ପରସ୍ପରର ଜୀବନ ସାଥି ହେଲେ ରାକୁଲ୍ - ଜ୍ୟାକି

ଅଗ୍ନିକୁ ସାକ୍ଷୀ ରଖି ପରସ୍ପରର ଜୀବନ ସାଥି ହେଲେ ରାକୁଲ୍ – ଜ୍ୟାକି

ଗୋଆ : ବିବାହ ବନ୍ଧନରେ ବାନ୍ଧିହେଲେ ବଲିଉଡ ଅଭିନେତ୍ରୀ ରାକୁଲ୍ ପ୍ରୀତ ସିଂହ-ବଲିଉଡର ପ୍ରଯୋଜକ ଜ୍ୟାକି ଭଗନାନୀ। ଗତକାଲି ଗୋଆରେ ଦୁହିଁଙ୍କ ବିବାହ ସଂପନ୍ନ ହୋଇଛି। ଉଭୟ ଦକ୍ଷିଣ ଗୋଆରେ ଥିବା ଆଇଟିସି ଗ୍ରାଣ୍ଡରେ ବିବାହ କରିଥିବା ବେଳେ ଦମ୍ପତିଙ୍କ ପରିବାର ଏବଂ ନିକଟତମ ବନ୍ଧୁମାନେ ବିବାହରେ ଯୋଗ ଦେଇଥିଲେ। ଏହି ବିବାହରେ ବଲିଉଡ କଳାକାର ଶିଳ୍ପା ଶେଟ୍ଟୀ, ଆୟୁଷ୍ମାନ ଖୁରାନା, ଅର୍ଜୁନ କପୁର, ଡେଭିଡ ଧୱନ ଉପସ୍ଥିତ ଥିବା ଦେଖାଯାଇଥିଲା।ବିବାହରେ ଯୋଗ ଦେବାକୁ ଥିବା ପରିବାର ଲୋକ ଓ ନିକଟତର ବନ୍ଧୁମାନଙ୍କୁ ‌ବିବାହ ମଣ୍ଡପକୁ ଫୋନ ନେଇ ଯିବା ପାଇଁ ଅନୁମତି ନଥିବାରୁ ଏପର୍ଯ୍ୟନ୍ତ ଦୁୁହିଁଙ୍କ ବିବାହର ଫଟୋ ସାମ୍ନାକୁ ଆସିନାହିଁ। କୁହାଯାଉଛି ଯେ, କିିଛି ସମୟ ପରେ ଫଟୋ ସେୟାର କରି ନିଜ ପ୍ରଶଂସକଙ୍କୁ ବିବାହ ସଂପନ୍ନ ହୋଇଥିବା ଜଣାଇପାରନ୍ତି ରାକୁଲ-ଜ୍ୟାକି। ଦୀର୍ଘ ବର୍ଷ ହେବ ଅଭିନେତା ତଥା ପ୍ରଯୋଜକ ଜ୍ୟାକି ଭଗନାନୀଙ୍କୁ ଡେଟ୍ କରୁଥିବା ବେଳେ ପରେ ଦୁହେଁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ପ୍ରେମୀଯୁଗଳ ବିଦେଶରେ ବିବାହ କରିବେ ବୋଲି ଆଗରୁ ଶୁଣାଯାଉଥିଲା, କିନ୍ତୁ ଶେଷ ମୁହୂର୍ତ୍ତରେ ନିଷ୍ପତ୍ତି ପରିବର୍ତ୍ତନ ହୋଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking