27.1 C
Bhubaneswar
Friday, March 29, 2024
Homeଓଡିଶାବରୁଣେଇରେ ପହଞ୍ଚିଲେ ରାଷ୍ଟ୍ରପତି

ବରୁଣେଇରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବରୁଣେଇରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ପହଞ୍ଚି ସାରିଛନ୍ତି । ରାଷ୍ଟ୍ରପତି ଏଠାରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ହେବାକୁ ଥିବା ପାଇକ ମେମୋରିଆଲ ଫାଉଣ୍ଡେସନର ସଭାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ।
ତେବେ ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଧର୍ମପତ୍ନୀ ସବିତା କୋବିନ୍ଦ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଅଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking