39.8 C
Bhubaneswar
Thursday, April 18, 2024
Homeଓଡିଶାଶ୍ରୀକ୍ଷେତ୍ରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଶ୍ରୀକ୍ଷେତ୍ରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ : ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିବସ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଆଗମନକୁ ନେଇ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏନେଇ ସେଠାରେ ୪୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଆଜି ସକାଳ ୮ଟା ୫ ମିନିଟରେ ରାଷ୍ଟ୍ରପତି ରାଜଭବନରୁ ପୁରୀ ଅଭିମୁଖେ ବାହାରିଥିଲେ। ତାଙ୍କ ସହିତ ପତ୍ନୀ ସବିତା କୋବିନ୍ଦ ମଧ୍ୟ ଉପସ୍ଥିତ ଅଛନ୍ତି। ଏହାପରେ କୋଣାର୍କ ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ଯୋଗୁଁ ବଡ଼ ଦାଣ୍ଡର ମେଡ଼ିକାଲ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଆଜି ଦିନ ୧୨ଟା ଯାଏ ସମସ୍ତ ଦୋକାନ ବଜାର ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking