28.1 C
Bhubaneswar
Saturday, April 27, 2024
Homeଓଡିଶାରଣେନ୍ଦ୍ରଙ୍କ ‘କରୋନା ଟିକା’ ଟାର୍ଗେଟ

ରଣେନ୍ଦ୍ରଙ୍କ ‘କରୋନା ଟିକା’ ଟାର୍ଗେଟ

ଭୁବନେଶ୍ୱର : ମାଗଣା କରୋନା ଟିକା ପ୍ରସଙ୍ଗ ଉଠାଇ ୨ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଢ଼ଙ୍ଗିଙ୍କୁ ଟାର୍ଗେଟ କଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଯଦି ବିହାରରେ ମାଗଣା ଟିକା ନେଇ ନିର୍ବାଚନୀ ଇସ୍ତାହାର ପ୍ରତିଶ୍ରୁତି ତେବେ ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥା ଦେବାକୁ ପଛଘୁଞ୍ଚା କାହିଁକି ବୋଲି ସେ ୨ ଓଡ଼ିଆ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି । ନା’ ଏହା କେବଳ ଆଉ ଏକ ନିର୍ବାଚନୀ ଜୁମ୍‌ଲା ? ୨ ମନ୍ତ୍ରୀ ସ୍ପଷ୍ଟ କରନ୍ତୁ । ଏହା ପାତର ଅନ୍ତର ନୁହଁକି ବୋଲି ପ୍ରଶ୍ନ କରିଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଓଡ଼ିଶାବାସୀଙ୍କ ପାଇଁ ରାଜ୍ୟ ପାଣ୍ଠିରୁ ଟିକା ଲାଗି ୫କୋଟିର ଚୁକ୍ତି ହୋଇଛି । ରାଜ୍ୟ ସରକାର ସବୁ ଓଡ଼ିଶାବାସୀଙ୍କୁ ଟିକାକରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ । ଓଡ଼ିଶାରେ କରୋନା ଟିକାକରଣ ପାଇଁ ବିଜେପିର ଆଭିମୁଖ୍ୟ କ’ଣ ? ବୋଲି ୨ କେନ୍ଦ୍ରମନ୍ତ୍ରୀ ସ୍ପଷ୍ଟ କରନ୍ତୁ, ଓଡ଼ିଶାବାସୀ ଚାହୁଁଛନ୍ତି । ହେଲେ ବର୍ତ୍ତମାନ ସୁଦ୍ଧା ବି ୨ କେନ୍ଦ୍ରମନ୍ତ୍ରୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking