21.1 C
Bhubaneswar
Tuesday, February 24, 2026
Homeଓଡିଶାରଥଯାତ୍ରା: ସୁରକ୍ଷା ଦାୟିତ୍ବରେ ୨୦୫ ପ୍ଲାଟୁନ୍‌ ପୁଲିସ

ରଥଯାତ୍ରା: ସୁରକ୍ଷା ଦାୟିତ୍ବରେ ୨୦୫ ପ୍ଲାଟୁନ୍‌ ପୁଲିସ

ପୁରୀ: ଆଉ ଦିନକ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି । ପୁରୀ ପୁଲିସ ଯାନବାହାନ ଚଳାଚଳ ଉପରେ କଟକଣା ଜାରି କରିଛି । ରଥଯାତ୍ରା, ବାହୁଡ଼ା ଓ ସୁନାବେଶ ଦିନ ପୁରୀ ସହରକୁ ଗାଡ଼ି ପ୍ରବେଶ ଉପରେ କଟକଣା ରହିଛି । ପୁଲିସ ମହାନିର୍ଦ୍ଦେଶକ  ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଟାଉନ୍‌ ହଲ୍‌ଠାରେ ବୈଠକ ହୋଇଥିଲା।

ପୁଲିସ ଡିଜିପି ଖୁରାନିଆ କହିଛନ୍ତି ଯେ ଚଳିତବର୍ଷ ପୁଲିସ ବ୍ୟବସ୍ଥାକୁ ୮ଟି ଭାଗରେ ବିଭକ୍ତ କରାଯାଇଛି। ଟ୍ରାଫିକ୍‌ ବ୍ୟବସ୍ଥା, ଶ୍ରୀମନ୍ଦିର ଭିତର ସୁରକ୍ଷା, କର୍ଡନ ଭିତର ସୁରକ୍ଷା, କର୍ଡନ ବାହାର ସୁରକ୍ଷା, ଗହଳି ନିୟନ୍ତ୍ରଣ, ସୁରକ୍ଷା ବ୍ୟବସ୍ଥା, କୋଷ୍ଟାଲ୍‌ ବ୍ୟବସ୍ଥା ମଧ୍ୟ କରାଯାଇଛି। ପ୍ରଥମ ଥର ପାଇଁ ଇଣ୍ଟିଗ୍ରେଟେଡ୍‌ କମାଣ୍ଡ୍‌ ଆଣ୍ଡ୍‌ କଣ୍ଟ୍ରୋଲ୍‌ ସିଷ୍ଟମ୍‌ କରାଯାଇଛି। ଏହି ଇଣ୍ଟିଗ୍ରେଟେଡ୍‌ କଣ୍ଟ୍ରୋଲ ରୁମ୍‌ରେ ରହି ୨୭୫ଟି ଏଆଇ କ୍ୟାମେରା ମାଧ୍ୟମରେ ଉତ୍ତରା ଛକରୁ ପୁରୀ ସହର, ପୁରୀରୁ କୋଣାର୍କ ଓ ପୁରୀ ସହରାଞ୍ଚଳର କୌଣସିଠାରେ ଟ୍ରାଫିକ୍‌ ଜାମ୍‌  ସମସ୍ୟା‌ର ମୁକାବିଲା ପାଇଁ ନିଷ୍ପତ୍ତି ନେଇହେବ। ସେହିପରି ଆଣ୍ଟି ଡ୍ରୋନ୍‌ ସିଷ୍ଟମ୍‌, ବହୁ ସଂଖ୍ୟାରେ ଆଣ୍ଟି ସାବୋଟାଜ୍‌ ଟିମ୍‌, ଡଗ୍‌ ସ୍କ୍ବାଡ୍‌ ମୁତୟନ ରହିଛି। ସେହିପରି ଚଳିତବର୍ଷ ୨୧ ଆଇପିଏସ୍‌, ୧୨ଶହ ଅଫିସରଙ୍କ ସହିତ ୨୦୫ ପ୍ଲାଟୁନ୍‌ ପୁଲିସ ଫୋର୍ସର ବ୍ୟବସ୍ଥା କରାଯାଇଛି। ଜଳପଥ ତଟ ସୁରକ୍ଷା ପାଇଁ ମେରାଇନ୍‌ ପୁଲିସ ଟିମ୍‌, କୋଷ୍ଟଗାର୍ଡ, ନୌବାହିନୀ (ନାଭାଲ୍‌)ର ପାଟ୍ରୋଲିଂ ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking