24.1 C
Bhubaneswar
Monday, February 9, 2026
Homeଓଡିଶାରଥଯାତ୍ରା: ଯାତ୍ରୀଙ୍କ ସୁବିଧା ପାଇଁ ପୁରୀକୁ ଚଳାଚଳ କରିବ ୩୬୫ ସ୍ବତନ୍ତ୍ର ଟ୍ରେନ୍‌

ରଥଯାତ୍ରା: ଯାତ୍ରୀଙ୍କ ସୁବିଧା ପାଇଁ ପୁରୀକୁ ଚଳାଚଳ କରିବ ୩୬୫ ସ୍ବତନ୍ତ୍ର ଟ୍ରେନ୍‌

ପୁରୀ: ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୫ ପାଇଁ ୩୬୫ଟି ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ପୂର୍ବତଟ ରେଳପଥ ଏହି ବ୍ୟବସ୍ଥା କରାଯାଇଛି। ମହାପ୍ରଭୁଙ୍କ ବାର୍ଷିକ ଯାତ୍ରାରେ ପୁରୀରେ ପ୍ରବଳ ଭିଡ଼ ଓ ଶ୍ରଦ୍ଧାଳୁଙ୍କ ଆଗମନକୁ ସହଜ କରିବା ପାଇଁ ରେଳବାଇ ପକ୍ଷରୁ ଏହିଭଳି ବ୍ୟବସ୍ଥା କରାଯାଇଛି। ରେଳବାଇ ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରୁ ଟ୍ରେନ୍‌ ଚଳାଚଳ କରିବା ପାଇଁ ଉଦ୍ୟମ ଜାରି ରଖିଛି। ସେହିପରି ପଡ଼ୋଶୀ ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ପଶ୍ଚିମବଙ୍ଗରୁ ମଧ୍ୟ‌ ପୁରୀକୁ ଟ୍ରେନ୍‌ ବି ଗଡ଼ିବ। ଆନ୍ଧ୍ରପ୍ରଦେଶର ପଲାସା, ବିଶାଖାପାଟଣା, ଛତିଶଗଡ଼ର ଜଗଦଲପୁର, ମହାରାଷ୍ଟ୍ରର ଗୋଣ୍ଡିଆ ଓ ପଶ୍ଚିମବଙ୍ଗର କୋଲକାତାରୁ ପୁରୀକୁ ଟ୍ରେନ୍‌ ଚଳାଚଳ କରିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ପୌରସଂସ୍ଥାର ଟାଉନ ହଲଠାରେ ରଥଯାତ୍ରା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ରଥଯାତ୍ରାର ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି। ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ପୁଲିସ ନିୟୋଜନ, ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା, ଅଗ୍ନିଶମ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟଗୁଡିକୁ ସଠିକ ଭାବେ ପରିଚାଳନା କରି ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ରଥଯାତ୍ରାରେ ଭାଗନେଇ ପାରିବେ ସେଥିପ୍ରତି ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking