34.1 C
Bhubaneswar
Thursday, March 28, 2024
Homeଓଡିଶାରଥ ନିର୍ମାଣ ଚୂଡାନ୍ତ : ରଙ୍ଗ ଓ ସିଲାଇ କାମ ଜୋରଦାର

ରଥ ନିର୍ମାଣ ଚୂଡାନ୍ତ : ରଙ୍ଗ ଓ ସିଲାଇ କାମ ଜୋରଦାର

 ପୁରୀ :  ତିନି ରଥର ନିର୍ମାଣ କାର୍ଯ୍ୟ ଏକ ପ୍ରକାର ଚୂଡାନ୍ତ ହୋଇଛି । ରଥର ପୋଟଳ ପଡି ପାରାଭାଡି ଉଠିଥିବାବେଳେ ଏବେ କେବଳ କଳସ ଓ ଓଲଟ ପାରା ଲଗାଯିବ । ଏହାର ରଙ୍ଗକାମ ଦ୍ରୁତି ଗତିରେ ଚାଲିଛି । ରଙ୍ଗ ସରିଲାପରେ ରଥରେ ତାହା ଖଞ୍ଜାଯିବ । ସେହିଭଳି ଗତକାଲି ତିନି ରଥର ୨ଟି ଲେଖାଁଏ ଦୁଆର ଘଡା ପ୍ରସ୍ତୁତ ସହ ରଙ୍ଗ ପାଇଁ ରଥଖଳାକୁ ଆସିଥିବାବେଳେ ସେଥିରେ ପ୍ରାଇମର ଲଗାଯାଇଛି । ଆଜି ତିନି  ରଥର ଆଶାବାଡି ଖୁଣ୍ଟିଆ କାର୍ଯ୍ୟ ଚାଲିଛି । ପ୍ରତି ରଥରେ ଦୁଇଟି ଲେଖାଁ ଆଶାବାଡି ଖୁଣ୍ଟିଆ ଆବଶ୍ୟକ ହୋଇଥାଏ ଓ ରଥରେ ଘୋଡା ଖଞ୍ଜାଯିବାବେଳେ ଏହା ବ୍ୟବହାର ହୋଇଥାଏ । ତିନିରଥରେ ଖଞ୍ଜା ଯାଇଥିବା ପଟ୍ଟାଗୁଜରେ ରୂପକାର ସେବକମାନେ ସିଂହବରାଳ, ଗଜବରାଳ, ଗଜସିଂହ ଖୋଦେଇ କାମ ସହ ରଥଚକା ଦଣ୍ଡା ଇତ୍ୟାଦିର ରଙ୍ଗକାମ କରୁଛନ୍ତି ।
ଶ୍ରୀମନ୍ଦିର ନୂତନା କାର୍ଯ୍ୟାଳୟ ତଳେ ଚିତ୍ରକର ସେବକମାନେ ରଥା ବାଶ୍ୱର୍ ଦେବାପାଦୀ, କଳସ ଇତ୍ୟାଦିର ରଙ୍ଗକାମ ଜାରି ରଖିଛନ୍ତି । ଦରଜି ସେବକମାନେ ଶ୍ରୀମନ୍ଦିର କାର୍ଯ୍ୟାଳୟର ଉପର ମହଲାରେ ରଥକନାରେ ଜରିଫିତା ସିଲାଇ ରଥ ଘେର ସିଲାଇ କାମ ଆରମ୍ଭ କରିଛନ୍ତି । ଦୋଳବେଦୀ ଅସ୍ଥାୟୀ ଶାଳରେ ଓଝା ସେବକମାନେ ଏଲ୍‍ କ୍ଲାମ୍ପ, ଧୂଳିଦଣ୍ଡା, ବିଡିଆ କଣ୍ଟା ପ୍ରସ୍ତୁତରେ ଲାଗିବା ସହ ରଥଦଣ୍ଡାରେ ଖଞ୍ଜା ଯାଇଥିବା କୋଣ ଗୁଜ ଗୁଡିକରେ ଧୂଳିଦଣ୍ଡା କଣ୍ଟା ବାଡେଇଛନ୍ତି ।
ଆଜି ଶ୍ରୀମନ୍ଦିର ନୀଳାଦ୍ରୀ ଉକ୍ତ ନିବାସ ଠାରେ କରୋନା ସଚେତନତା ସ୍ୱାସ୍ଥ୍ୟ ଶିବିରର ଥିଲା ଚତୁର୍ଥ ଦିନ । ଆଜି ପୂଜାପଣ୍ଡା ନିଯୋଗ ଏବଂ ତାଙ୍କ ପରିବାର ସଦସ୍ୟମାନଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ସହିତ ଔଷଧ ବିତରଣ କରାଯାଇଥିଲା । ମୋଟ୍‍ ୧୬୧ ଜଣ ସଦସ୍ୟଙ୍କୁ ହୋମିଓପାଥିକ ଔଷଧ ପ୍ରଦାନ କରାଯାଇଥିଲା । ଶ୍ରୀମନ୍ଦିର କାର୍ଯ୍ୟାଳୟର କର୍ମଚାରୀ, ଅନ୍ୟାନ୍ୟ ସେବକଙ୍କୁ ମିଶାଇ ଆଜି ମୋଟ୍‍ ୨୫୩ ଜଣଙ୍କୁ ଔଷଧ ବଣ୍ଟା ଯାଇଛି । ଆସନ୍ତା କାଲି ଶେଷ ଦିନରେ ଗରାବଡୁ ନିଯୋଗ ଏବଂ ତାଙ୍କ ପରିବାର ସଦସ୍ୟ ସହିତ ହୋମିଓପାଥି ଔଷଧ ସଂଗ୍ରହ କରିନଥିବା ଅନ୍ୟ ସେବାୟତଙ୍କୁ ମଧ୍ୟ ଏହା ପ୍ରଦାନ କରାଯିବ ।
5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking