ପୁରୀ: ଆସନ୍ତାକାଲିଠୁ ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ୧୨ ଓ ୧୩ ତାରିଖରେ ବନ୍ଦ ରହିବ ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ନୀତି ପାଇଁ ବନ୍ଦ ରହିବ କାର୍ୟ୍ୟ । ଅନ୍ୟପଟେ, ପଞ୍ଜିକା ସମନ୍ୱୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା, ବର୍ତ୍ତମାନ ବୈଠକ ଶେଷ ହୋଇଛି । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । କହିଛନ୍ତି, ଶ୍ରୀମନ୍ଦିର ସମ୍ବନ୍ଧୀୟ ଯାନିଯାତ୍ରା ନେଇ ସହମତି ହୋଇଛି । ବିଶେଷକରି ୫ଟି ପଞ୍ଜିକାର ପାଣ୍ଡୁଲିପିକୁ ନେଇ ଆଲୋଚନା ହେଲା । ମହାପ୍ରଭୁଙ୍କ ନୀତିକାନ୍ତି ତିଥି ନେଇ ସମସ୍ତେ ସହମତ ହେଲେ । ଏନେଇ ଚିଠା ଅନୁମୋଦିତ ହୋଇଛି, କେହି ଭୁଲ ତଥ୍ୟ ଦେବେନି ।