30.1 C
Bhubaneswar
Wednesday, April 24, 2024
Homeଓଡିଶାକରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁକୁ ନେଇ ଉତେଜନା, ରାଜପଥ ଅବରୋଧ

କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁକୁ ନେଇ ଉତେଜନା, ରାଜପଥ ଅବରୋଧ

ରାୟଗଡ଼ା : ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ନାଇଡୁପେଟା ଠାରେ ଜଣେ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁକୁ ନେଇ ଉତେଜନା ଦେଖାଦେଇଛି। ଗ୍ରାମବାସୀ ମାନେ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ରାଜପଥ ଉପରେ ଯାନବାହନ ଚଳାଚଳ ଠପ ହୋଇଛି। ଘଟଣାରୁ ପ୍ରକାଶ ଯେ, ନାଇଡୁପେଟା ଗ୍ରାମର ଜି. ତ୍ରୀବେଣି ନାମକ ଜଣେ ମହିଳା କରୋନା ଆକ୍ରାନ୍ତ ହୋଇ ଗତକାଲି ଜେକେପୁର କୋଭିଦ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଗତକାଲି ସକାଳୁ ଭର୍ତ୍ତି ହୋଇ ଚିକିତ୍ସା ଚାଲିଥିଲା। ତେବେ ରାତିରେ ତାଙ୍କର ମୃତ୍ୟୁ ହୋଇଥିଲା। ଆଉ ଏହି ଖବର ମିଳିବା ପରେ ଗାଁରେ ଦୁଃଖ ଖେଳି ଯାଇଥିଲା।

ଜେକେପୁର କୋଭିଦ ମେଡିକାଲ ଠାରେ ରୋଗୀଙ୍କ ଠିକ ଚିକିତ୍ସା ହେଉନଥିବା ଅଭିଯୋଗ କରି ଆଜି ଗ୍ରାମରେ ଉତେଜନା ପ୍ରକାଶ ପାଇଥିଲା। ଏହାପରେ ନିକଟସ୍ଥ ଅନ୍ୟ ଗ୍ରାମବାସୀ ମାନେ ମିଳିତ ଭାବେ ରାସ୍ତା ଅବରୋଧ କରିଛନ୍ତି। ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରି ମୃତ୍ୟୁର ସଠିକ କାରଣ ଘୋଷଣା କରିବା ସହ ମୃତକ ପରିବାରକୁ ସହାୟତା ଦାବି କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି। ରାସ୍ତାରୋକ ଯୋଗୁଁ ରାଜପଥରେ ସମସ୍ତ ଯାନବାହନ ଚଳାଚଳ ଠପ ହୋଇପଡିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking