ଭୁବନେଶ୍ୱର: ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ୨ ଜଣ ଏକ୍ସପର୍ଟ ଦେବା ପାଇଁ ଆରବିଆଇକୁ ଚିଠି ଲେଖିଛନ୍ତି ସରକାର । ଆରବିଆଇ ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି ଆଇନ ମନ୍ତ୍ରୀ । ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ । କମିଟି ଅନୁମତିରେ ରତ୍ନ ସବୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ । ସେ ପ୍ରକ୍ରିୟା ସରିବା ପରେ ଆରବିଆଇ ଅଧିକାରୀଙ୍କୁ ତାରିଖ ଜଣାଯିବ । ଏହାପରେ ଏକ୍ସପର୍ଟ ଆସି ଗଣତିମଣତି କରିବେ ।










