33.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା କରୋନା : ୨୪ ଘଣ୍ଟାରେ ୧୮୩୩ ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମକୁ...

ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା କରୋନା : ୨୪ ଘଣ୍ଟାରେ ୧୮୩୩ ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମକୁ ଟପିଲା ଖୋର୍ଦ୍ଧା

ଭୁବନେଶ୍ଵର: ରାଜ୍ୟରେ କରୋନା ସ୍ଥିତି ବେହାଲ। ଆଜି ରାଜ୍ୟରେ ୨୯ ଜିଲ୍ଲାରୁ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୭୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨୫୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।



ଦୀର୍ଘ ଦିନ ଧରି ଗଞ୍ଜାମରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ଏହି ସ୍ଥାନ ଅକ୍ତିଆର କରିଛି ଖୋର୍ଦ୍ଧା। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରେ ୨୭୯,  ରାୟଗଡ଼ା ଜିଲ୍ଲାରୁ ୧୫୨, କଟକରୁ ୧୨୪, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୧୬୬୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking