38.1 C
Bhubaneswar
Friday, April 26, 2024
Homeଓଡିଶାଖୁସି ଖବର: ରାଜ୍ୟରେ ଆଜି ୨୭୭୫ ଆକ୍ରାନ୍ତ ସୁସ୍ଥ

ଖୁସି ଖବର: ରାଜ୍ୟରେ ଆଜି ୨୭୭୫ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୩୫,୭୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦ ସୁସ୍ଥ ହୋଇଛନ୍ତି। ନୂଆପଡାରୁ ୧୮୯, କଟକରୁ ୧୮୩, ବରଗଡରୁ ୧୪୮, କେନ୍ଦ୍ରାପଡାରୁ ୧୩୬, ଅନୁଗୁଳରୁ ୧୨୩, ଯାଜପୁରରୁ ୧୧୭, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୦୫, ମୟୂରଭଞ୍ଜରୁ ୧୦୦, ବଲାଙ୍ଗିରରୁ ୮୯, କେନ୍ଦୁଝରରୁ ୭୯, ନବରଙ୍ଗପୁରରୁ ୭୩, ସୁନ୍ଦରଗଡରୁ ୭୧, ମାଲକାନଗିରିରୁ ୭୦, ଢେଙ୍କାନାଳରୁ ୬୯, ବାଲେଶ୍ଵରରୁ ୬୭ ଜଣ ସଂକ୍ରମିତ କରୋନା ମୁକ୍ତ ହୋଇଛନ୍ତି। ଜଗତସିଂହପୁରରୁ ୫୮, କନ୍ଧମାଳରୁ ୪୮, ସୋନପୁରରୁ ୪୭, ରାୟଗଡାରୁ ୪୬, ପୁରୀରୁ ୪୩, ଝାରସୁଗୁଡାରୁ ୩୯, କଳାହାଣ୍ଡିରୁ ୩୯, କୋରାପୁଟରୁ ୩୫, ନୟାଗଡରୁ ୩୦, ଗଞ୍ଜାମରୁ ୨୩, ଦେବଗଡରୁ ୨୦, ବୌଦ୍ଧରୁ ୭ ଓ ଗଜପତିରୁ ୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୦୪ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୯ ହଜାର ୫୪୧ରେ ପହଞ୍ଚିଛି। ଅନ୍ୟପଟେ ଆଜି ସୁଦ୍ଧା ୨ ଲକ୍ଷ ୩୫ ହଜାର ୭୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ଘଟିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking