30.1 C
Bhubaneswar
Saturday, May 18, 2024
Homeଓଡିଶା୧୦ଟି ଜିଲ୍ଲାକୁ ରେଡ୍, ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

୧୦ଟି ଜିଲ୍ଲାକୁ ରେଡ୍, ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ସବୁଠି ଟାଇଁ ଟାଇଁ ଖରା । ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା । ଆହୁରି ୩ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ବିଭିନ୍ନ ଜିଲ୍ଲାକୁ ସିଭିୟର ହିଟ ୱେବ ଜାରି କରାଯାଇଛି । ୧୦ଟି ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ଅନୁଗୁଳ,ନୟାଗଡ, ଖୋର୍ଦ୍ଧା, କଟକକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ଜିଲ୍ଲା ବଲାଙ୍ଗୀର, ସୋନପୁର, ଗଞ୍ଜାମ, ମାଲକାନଗିରି, ଭଦ୍ରକ, ଜୟପୁର, ଦେବଗଡ, ସମ୍ବଲପୁର, ନୂଆପଡା, ଝାରସୁଗୁଡା, ଗଜପତି, ସୁନ୍ଦରଗଡ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଦିନ ୧୧ଟାରୁ ୩ଟା ମଧ୍ୟରେ ଖରାକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଉପକୂଳରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବା ସହ ଆର୍ଦ୍ରତା ପ୍ରଭାବରେ ଲାଗି ରହିବ ଗୁଳୁଗୁଳି । ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ସାମୁଦ୍ରିକ ଝଡ଼ର ପ୍ରଭାବ ରହିଲେବି ରାଜ୍ୟରେ ଉଷ୍ମ ଦିନ ଅନୁଭୂତ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking