33.1 C
Bhubaneswar
Sunday, May 31, 2026
Homeଓଡିଶାଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ : ମନ୍ତ୍ରୀ

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ : ମନ୍ତ୍ରୀ

ଭୁବନେଶ୍ବର : ଏଣିକି ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଏଣେ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ହେବନି ବୋଲି ବି ମନ୍ତ୍ରୀ କହିଛନ୍ତି। ଟ୍ୱିନ୍‌ ସିଟିରେ ଚାଲୁ ରହିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ। ବୋଲି କହିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ସେ ଆହୁରି କହିଛନ୍ତି, ରାଜ୍ୟ ବଜେଟ୍‌ ପରେ ଆବଶ୍ୟକ ପଡିଲେ କେନ୍ଦ୍ର ସରକାରଙ୍କ ସହଯୋଗ ନିଆଯିବ। ଡବଲ ଇଞ୍ଜିନ ସରକାର ନିଶ୍ଚିତ ଓଡ଼ିଶାକୁ ସହଯୋଗ କରିବେ କିଭଳି କାମ ତ୍ୱାରାନିତ୍ୱ ହେବ, ଖୁବଶୀଘ୍ର ଆଲୋଚନା ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking