30.1 C
Bhubaneswar
Wednesday, February 11, 2026
Homeଓଡିଶା୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହା ୨ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ରାୟଗଡ଼ା, ଗଞ୍ଜାମ,ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା କିଛି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଝାରସୁଗୁଡ଼ା, ଅନୁଗୋଳ ,ଦେବଗଡ଼, ଯାଜପୁର, ବାଲେଶ୍ୱର , ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ଜିଲ୍ଲାରେ ସାମ୍ୟନ୍ୟରୁ ମଧ୍ୟ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking