ଭୁବନେଶ୍ୱର: ଆଜିଠୁ ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରଯାଇଛି । ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ାକୁ ରେଡ୍ ୱାର୍ଣ୍ଣିଂ ଜାରି କରଯାଇଛି । ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରଯାଇଛି । ଅନୁଗୁଳ, କଟକ, କୋରାପୁଟ, ନବରଙ୍ଗପୁରକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରଯାଇଛି ।










