ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ଅକଭାନ ନେଇ ଓଡିଶାକୁ ରେଡ ୱାଣ୍ଣିଂ ୧୯ ଓ ୨୦ ପାଇଁ ଓଡିଶାକୁ ରେଡ ୱାଣ୍ଣିଂ ଜାରି କରାଯାଇଛି । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୨୦ ଯାଏଁ ବେଳାଭୂମି ପର୍ଯ୍ୟଟନ ବନ୍ଦ ରଖାଯାଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନାକୁ ଦୃଷ୍ଟି ରେ ରଖି ଏସଆରସିଙ୍କ ପକ୍ଷରୁ ପର୍ଯ୍ୟଟନ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଉପକୂଳବର୍ତ୍ତୀ ଅଞ୍ଚଳର ସମସ୍ତ ହୋଟେଲ, ରିସର୍ଟ ଓ ଟୁର ଅପରେଟରମାନେ ଅତିଥିମାନଙ୍କୁ ସତର୍କ କରାଇବା ସହ ବୁଲିବା କାର୍ଯ୍ୟକ୍ରମ ବାତିଲ କରିବେ । ଆସନ୍ତା ନଭେମ୍ବର ୨୦ ଯାଏଁ ଓଡିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ । ପ୍ରବଳ ପବନ, ଭାରୀ ବର୍ଷା ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ଜଳମଗ୍ନ ହେବାର ଆଶଙ୍କା ରହିଛି । ତେଣୁ ପର୍ଯ୍ୟଟକ, ପରିଦର୍ଶକ, ପର୍ଯ୍ୟଟନ କର୍ମଚାରୀ ଏବଂ ସାଧାରଣ ଜନତାଙ୍କ ସୁରକ୍ଷା ନିମନ୍ତେ ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକରେ ଜିଲ୍ଲାପାଳ, ପୁଲିସ ଏବଂ ସ୍ଥାନୀୟ ପ୍ରଶାସନ ସହ ସମନ୍ୱୟ ରକ୍ଷା କରି ସମସ୍ତ ପର୍ଯ୍ୟଟନ କର୍ତ୍ତୃପକ୍ଷ , ଟୁର ଅପରେଟର, ହୋଟେଲ ଓ ରିସର୍ଟଗୁଡିକୁ କଟକଣା କଡାକଡି ଭାବେ ପାଳନ କରିବାକୁ କୁହାଯାଇଛି ।










