36.1 C
Bhubaneswar
Thursday, March 5, 2026
Homeଓଡିଶାପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ

ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହି ଲଘୁଚାପ ପୁରୀଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୦ କି.ମି ଏବଂ ଗୋପାଳପୁର ପାରାଦ୍ବୀପଠାରୁ ୯୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଯାହା ଘଣ୍ଟା ପ୍ରତି ୭ କି.ମି ବେଗରେ ପଶ୍ଚିମ- ଉତ୍ତର ପଶ୍ଚିମ ଦେଇ ଗତି କରୁଛି । ଏହାର ପ୍ରଭାବରେ ୨୩ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଜାରି ହୋିଛି ଓ୍ବାର୍ଣ୍ଣିଂ । ତେବେ ଆଜି ଏହି ଲଘୁଚାପ ଚିଲିକା ଉପକୂଳ ଦେଇ ଓଡିଶା ଉପକୂଳ ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଆଗାମୀ ୩ ଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ସୂଚନା ଦେଇଛି ।ବିଶେଷ କରି ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲାରେ ଅତି ପ୍ରବଳ ବର୍ଷା ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ବରଗଡ଼, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଏହି ଜିଲ୍ଲାଗୁଡିକରେ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking