କାଲି ପାଇଁ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପଜନିତ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ, ଅନୁଗୁଳ ଜିଲ୍ଲା ସାମିଲ ରହିଛି । ତେବେ ଆଜି ପାଇଁ ୧୧ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡିକ ମଧ୍ୟରେ ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ ଜିଲ୍ଲା ସାମିଲ ରହିଛି ।

LEAVE A REPLY

Please enter your comment!
Please enter your name here