28.1 C
Bhubaneswar
Tuesday, March 31, 2026
Homeଓଡିଶାଦିଘାରେ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରତିଷ୍ଠା ବାବଦ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ମନ୍ତ୍ରୀଙ୍କ ପତ୍ର

ଦିଘାରେ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରତିଷ୍ଠା ବାବଦ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ମନ୍ତ୍ରୀଙ୍କ ପତ୍ର

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଦ୍ୱନ୍ଦାତ୍ମକ ତଥ୍ୟ ସବୁ ଗଣମାଧ୍ୟମରେ ପ୍ରଚାରିତ ହେଉଛି । ଶ୍ରୀଜଗନ୍ନାଥଙ୍କର ମନ୍ଦିର ଦିଘାଠାରେ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବା ଇତ୍ୟାଦି ବାବଦରେ ଚର୍ଚ୍ଚାହେବା ବିଷୟ ସମ୍ପୂର୍ଣ୍ଣ ଅଗ୍ରହଣୀୟ ଅଟେ । ଏଭଳି କଥାଗୁଡ଼ିକ ଜଗନ୍ନାଥପ୍ରେମୀ ଭକ୍ତ ସମାଜ ଓ ଓଡ଼ିଶାର ସାଢ଼େ ଚାରିକୋଟି ଜନତାଙ୍କ ମନରେ କଷ୍ଟ ଦେଇଛି ବୋଲି ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ପତ୍ର ଲେଖି ଜଣାଇଛନ୍ତି । ସଂପୂର୍ଣ୍ଣ ଘଟଣା ଉପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏକ ଅନ୍ତରୀଣ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାର ବ୍ୟବସ୍ଥା କରିବାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି । ଏହି ଘଟଣାରେ ଯଦି କେହି ଦୋଷୀ ସାବ୍ୟସ୍ତ ହେଉଛନ୍ତି ବା ଜ୍ଞାତସାରରେ ଥାଇ ଏଭଳି ଘଟଣା ଘଟାଉଛନ୍ତି ସେ ବାବଦରେ ରାଜ୍ୟ ସରକାରଙ୍କ ଅନୁମତି କ୍ରମେ ଦଣ୍ଡବିଧାନ କରିବାର ପ୍ରାବଧାନ କରିବାକୁ ମନ୍ତ୍ରୀ ତାଙ୍କ ପତ୍ର ଜରିଆରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking