– ଅନଲାଇନ ଆବେଦନର ଶେଷ ତାରିଖ ମେ’ ୩
– ବିଶ୍ୱ ଦକ୍ଷତା କେନ୍ଦ୍ରରେ ମୋଟ ୭ଟି ବିଷୟରେ ଅତ୍ୟାଧୁନିକ ତାଲିମ ପାଠ୍ୟକ୍ରମ
– ଅନ୍ତର୍ଜାତୀୟ ମାନର ଭିତ୍ତିଭୂମି ସାଙ୍ଗକୁ ଅତ୍ୟାଧୁନିକ ଲାବୋରେଟୋରି ବ୍ୟବସ୍ଥା
– ଅନ୍ୟ ରାଜ୍ୟର ପ୍ରାର୍ଥୀଙ୍କ ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସିଟ୍ ସଂରକ୍ଷଣ
ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱରଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥାପିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ଜୁନ ସେସନ୍ରେ ନାମଲେଖା ଲାଗି ଅନ୍ଲାଇନ୍ ଆବେଦନ ପ୍ରକ୍ରିୟା ଜାରି ରହିଛି । ଏଥିପାଇଁ ମେ’ ୩ ହେଉଛି ଶେଷ ତାରିଖ । ବିଭିନ୍ନ ଶିଳ୍ପ ଉପଯୋଗୀ ତାଲିମ ପାଠ୍ୟକ୍ରମ ପାଇଁ ଆଗ୍ରହୀ ଯୋଗ୍ୟ ପ୍ରାର୍ଥୀମାନଙ୍କଠାରୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଦରଖାସ୍ତ ଆହ୍ୱାନ କରାଯାଉଛି । ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ମେ’ ୧୧ରେ ଅନ୍ଲାଇନ୍ ପ୍ରବେଶିକା ପରୀକ୍ଷା କରାଯିବ । ଜୁନରୁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ ବୋଲି ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଏହି କେନ୍ଦ୍ରରେ ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗ ଅଧୀନରେ ମେକାନିକାଲ ଆଣ୍ଡ ଇଲେକ୍ଟି୍ରିକାଲ ସର୍ଭିସେସ୍, ମେକାଟ୍ରୋନିକ୍ସ, ଇଲେକ୍ଟି୍ରିକାଲ ଟେକ୍ନୋଲୋଜି, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ (ଲିଫଫ ଟେକ୍ନୋଲୋଜି) ଏବଂ ପ୍ରିସିସନ ଇଞ୍ଜିନିୟରିଂ ଆଦି ବିଷୟ ରହିଛି । ଏଥିପାଇଁ ପ୍ରାର୍ଥୀମାନେ କୌଣସି ସରକାରୀ ବା ଘରୋଇ ଶିଳ୍ପ ତାଲିମ କିମ୍ବା ବୈଷୟିକ ଶିକ୍ଷାନୁଷ୍ଠାନରୁ ୨ ବର୍ଷିଆ ଆଇଟିଆଇ/୩ ବର୍ଷିଆ ଡିପ୍ଲୋମା କରିଥିବା ଆବଶ୍ୟକ । ସେହିପରି ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗ ଅଧୀନରେ ଅତ୍ୟାଧୁନିକ ‘ବୁ୍ୟଟି ଆଣ୍ଡ େୱଲ୍ନେସ୍’ ପାଠ୍ୟକ୍ରମରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଏଥିପାଇଁ ପ୍ରାର୍ଥୀ ଯୁକ୍ତ ୨ କିମ୍ବା ସଂପୃକ୍ତ ବିଷୟରେ ଆଇଟିଆଇ ଓ କୌଣସି ବିଷୟରେ ଡିପ୍ଲୋମା କରିଥିବା ଆବଶ୍ୟକ । ଚଳିତ ବ୍ୟାଚରୁ ଓଡ଼ିଶା ସହିତ ଅନ୍ୟ ରାଜ୍ୟର ପ୍ରାର୍ଥୀମାନେ ଆବେଦନ କରିପାରିବେ । ଅନ୍ୟ ରାଜ୍ୟର ପ୍ରାର୍ଥୀମାନଙ୍କ ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସିଟ୍ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି ।
ଆଗ୍ରହୀ ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ବେସାଇଟରେ www.wଞ୍ଚrଝଛଟkiଝଝcenଟ୍ଟer.ଞ୍ଚrଜ୍ଜ ପ୍ରଥମେ ପଞ୍ଜୀକରଣ କରିବା ପରେ ନାମଲେଖା ପାଇଁ ଆବେଦନ କରିପାରିବେ । ନାମଲେଖା ବିଷୟରେ ଅଧିକ ଜାଣିବା ପାଇଁ ପ୍ରାର୍ଥୀମାନେ ୧୮୦୦ ୨୬୬ ୬୦୦୨ ଟୋଲ ଫ୍ରି ନମ୍ବରରେ ଯୋଗାଯୋଗ କରିପାରିବେ । ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି, ଅତ୍ୟାଧୁନିକ ଲାବୋରେଟୋରି ଏବଂ ବିଶ୍ୱସ୍ତରୀୟ ଯନ୍ତ୍ରପାତି ରହିଛି । ଏହି କେନ୍ଦ୍ରରେ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ଯୁବକ ଯୁବତୀମାନଙ୍କୁ ଆବଶ୍ୟକ ଶିକ୍ଷା ଓ ତାଲିମ ଦିଆଯାଇ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପ ଓ ସେବା କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି । ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ମାଗଣାରେ ଦିଆଯାଉଛି । ଶିକ୍ଷା ଓ ତାଲିମ ଶେଷ ହେବା ପରେ ଛାତ୍ରଛାତ୍ରୀମାନେ କିପରି ଦେଶବିଦେଶର ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ ‘ପ୍ଲେସମେଣ୍ଟ’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି ।