40.1 C
Bhubaneswar
Wednesday, April 24, 2024
Homeଓଡିଶାରାଜ୍ୟରେ ହଜାରେ ଟପିଲା ମୃତ୍ୟୁ ସଂଖ୍ୟା

ରାଜ୍ୟରେ ହଜାରେ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୮୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧ ହଜାରକୁ ବୃଦ୍ଧି ପାଇଛି । କରୋନା ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଟକରୁ ୨, ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ସୁନ୍ଦରଗଡ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରୁ ଗୋଟିଏ ଦିନରେ ୨୮୫୪ ପଜିଟିଭ ଚିହ୍ନଟ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking