37.2 C
Bhubaneswar
Friday, April 19, 2024
Homeଓଡିଶାରାଜ୍ୟରେ ୧୭ ଜୀବନ ନେଲା କରୋନା

ରାଜ୍ୟରେ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର :ଆଜି ରାଜ୍ୟରେ ୨୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀ ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର, ବାଲେଶ୍ୱର ଓ ବୌଦ୍ଧରୁ ୨ ଜଣ ଲେଖାଏଁ, ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର,ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୫୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୦୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୨୩୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୨୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୪୮୨୪୦୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking