27.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ୧୭ ଜୀବନ ନେଲା କରୋନା

ରାଜ୍ୟରେ ୧୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱରରୁ ୩, ମୟୂରଭଞ୍ଜ ଓ ପୁରୀରୁ ୨ ଜଣ ଲେଖାଏଁ, ବରଗଡ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନୟାଗଡ ଓ ସୁବଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ ଏ ପର୍ଯ୍ୟନ୍ତ ୩୬, ୬୪, ୬୭୮ କରୋନା ନମୁନା ପରୀକ୍ଷଣ ହୋଇଛି । ଶୁକ୍ରବାର ସକାଳ ସୁଦ୍ଧା ୨ ଲକ୍ଷ ୪୬ ହଜାର ୮୩୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨,୧୬, ୯୮୪ ଜଣ ସୁସ୍ଥ ହୋଇଛନ୍ତି । ୨୮, ୮୧୧ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୯୭୪ ଜଣଙ୍କର ମୃତ୍ୟୁ ହୋଇଛି । ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking